ଅବକାରୀ ବିଭାଗ ପଞ୍ଝାରେ ନିଶାବେପାରୀ
News Prime Odisha | 22 Sep 2026 | 7 min read | 44 views
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଜଗତସିଂହପୁର ଥାନା ଅଞ୍ଚଳର କୋର୍ଟ ଛକରେ ଚଢାଉ କରି ଜଣେ ନିଶା ବେପାରୀଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ରେଞ୍ଜ । ଜଗତସିଂହପୁର ପୌରାଞ୍ଚଳସ୍ଥିତ କୋର୍ଟ ଛକରେ ଦୀର୍ଘ ଦିନ ହେବ ବ୍ରାଉନସୁଗାର କାରବାର ଲୁଚା ଛପାରେ ଚାଲୁଥିବାର ଏକ ଅଭିଯୋଗକୁ ଭିତ୍ତି କରି ଜଗତସିଂହପୁର ଅବକାରୀ ରେଞ୍ଜ ର ଇନ୍ସପେକ୍ଟର ଖିତୀଶ ଦାସଙ୍କ ନେତୃତ୍ବରେ ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର କର୍ମଚାରୀମାନଙ୍କ ସହଯୋଗରେ ଏକ ଟିମ ଚଢାଉ କରିଥିଲେ । ଅଭିଯୁକ୍ତ ଜଣଙ୍କ ଘଟଣାସ୍ଥଳ ରୁ ଖସି ପଳାଇବାକୁ ଚେଷ୍ଟା କରୁଥିବାବେଳେ ତାଙ୍କୁ କୋର୍ଟ ଷ୍ଟାପ କଲୋନୀ ନିକଟରୁ କାବୁ କରିନେଇଥିଲେ । ଯାଞ୍ଚ ପରେ ତାଙ୍କ ନିକଟରୁ ୪୨ ଗ୍ରାମର ବେଆଇନ ହେରୋଇନ ଏବଂ ଏକ ଆଣ୍ଡ୍ରଏଡ ଫୋନ ଜବତ କରାଯାଇଥିଲା । ଗିରଫ ଅଭିଯୁକ୍ତ ଜଣକ ହେଲେ ଓହଳ ଗ୍ରାମର ମିର୍ଜା ସମସେର୍ ବେଗ୍ ଙ୍କ ପୁଅ ମିର୍ଜା ଅଖତର ବେଗ୍ (୪୫) । ଜବତ ହେରୋଇନ ର ଆନୁମାନିକ ମୂଲ୍ଯ ୪ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବାର ପ୍ରକାଶ କରିଛନ୍ତି ଜଗତସିଂହପୁର ରେଞ୍ଜ ଇନ୍ସପେକ୍ଟର ଖିତୀଶ ଦାସ । ଅଭିଯୁକ୍ତଙ୍କୁ ଜଗତସିଂହପୁର ଅବକାରୀ ରେଞ୍ଜ କେସ୍ ନଂ ୪୪/୨୦୨୬-୨୭ ରେ ଗିରଫ କରାଯାଇ ଜିଲ୍ଲା ଦୌରାଜଜ ଙ୍କ ଅଦାଲତକୁ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି ।
ଆଜିର ଏହି ଚଢାଉ ରେ ଜଗତସିଂହପୁର ଅବକାରୀ ରେଞ୍ଜ ର କନଷ୍ଟେବଳ ଅନୁରାଗ ସୂର୍ୟବଂଶୀ, ଜିଲ୍ଲା ଭ୍ରାମ୍ୟମାଣ ସଂସ୍ଥାର କନଷ୍ଟେବଳ ବିଶ୍ବରଞ୍ଜନ ସ୍ବାଇଁ, ସୁକାନ୍ତ ମାଝୀ, ଶୁଭଶ୍ରୀ ବିଶ୍ବାଳ, ବିଶ୍ବନାଥ ମୁଣ୍ଡା ପ୍ରମୁଖ ସାମିଲ ଥିଲେ । ନାର୍କୋଟିକ୍ସ ବ୍ୟବସାୟ ବିରୋଧରେ ଚଢାଉ କୁ ଅଧିକ ତୀବ୍ରତର କରାଯିବ ସହ ଶୂନ୍ଯ ସହନଶୀଳ ନୀତିରେ ସମସ୍ତ ଅଭିଯୁକ୍ତଙ୍କୁ ଦମନ କରିବା ପାଇଁ ଆଗାମୀ ଦିନରେ ଅବକାରୀ ବିଭାଗ ତାର ପ୍ରୟାସ ଜାରି ରଖିବ ବୋଲି ଅବକାରୀ ଅଧିକ୍ଷିକା ଶ୍ରୀମତି ଅନିତା ପ୍ରଧାନ ପ୍ରକାଶ କରିଛନ୍ତି ।
© 2026 News Prime Odisha | Content is protected under the Copyright Act, 1957
Comments (0)
Loading comments...

