ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଜଗତସିଂହପୁର ଅବକାରୀ ବିଭାଗକୁ ସଫଳତା । ୫୫ ବୋତଲ କୋଡ଼ିନ କଫ ସିରପ ଓ ବୁଲେଟ ସହ ଯୁବକ ଗିରଫ ।

sumanta swain | 09 Oct 2026 | 10 min read | 140 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ଜଗତସିଂହପୁର ଥାନା ଅନ୍ତର୍ଗତ ଆଳିପିଙ୍ଗଳ ବଜାର ରୁ ଜଣେ କଫ ସିରପ ନିଶା ବେପାରୀଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା । ଯାଞ୍ଚ ପରେ ତାଙ୍କ ପାଖରୁ ୫୫ ବୋତଲ(୫ଲିଟର ୫୦୦ ମିଲି)ର ଏସ୍ କୁଫ କୋଡ଼ିନ ଫସଫେଟ୍ ଟ୍ରିପୋଲିଡିନ ହାଇଡ୍ରୋକ୍ଲୋରାଇଡ ସିରଫ, ଏକ ଆଣ୍ଡ୍ରଏଡ ଫୋନ ଏବଂ ଏକ ରୟାଲ ଏନଫିଲ୍ଡ ମୋଟର ସାଇକେଲ (ନଂ- ଓଡ଼ି-୦୫-କ୍ୟୁ-୭୮୭୨) ଜବତ କରାଯାଇଛି । ସୂଚନା ଅନୁସାରେ ଜଗତସିଂହପୁର ଥାନା ଓଡପଡା ଗ୍ରାମର ପ୍ରଶାନ୍ତ ପଲେଇଙ୍କ ପୁଅ ବଇରି ଗଞ୍ଜନ ପଲେଇ (୩୯) ଦୀର୍ଘ ଦିନ ଧରି ଆଳିପିଙ୍ଗଳ ଅଞ୍ଚଳରେ ବେଆଇନ କୋଡ଼ିନ କଫ ସିରପ ବେପାର କରୁଥିବା ବେଳେ ତାକୁ ଧରିବା ପାଇଁ ଅବକାରୀ ବିଭାଗ ବହୁବାର ଜାଲ ବିଛାଇ ଥିଲା । ସବୁଥର ଭଳି ଅବକାରୀ ବିଭାଗକୁ ଚକମା ଦେଇ ଖସିଯାଉଥିବାବେଳେ ଅନେକ କସରତ୍ ପରେ ଆଜି କିନ୍ତୁ ତାଙ୍କୁ ଅବକାରୀ ବିଭାଗ କାବୁ କରିନେଇଥିଲା । ଏକ ଗୁଇନ୍ଦା ଖବର କୁ ଭିତ୍ତି କରି ବଇରି ଗଞ୍ଜନ ପଲେଇ ଙ୍କ ସର୍ମ୍ପକରେ ତଥ୍ୟ କରିଥିଲେ ଇନ୍ସପେକ୍ଟର ପ୍ରଭାସ କୁମାର ଚୌଧୁରୀ । ଗ୍ରାହକଙ୍କୁ ବିକ୍ରି କରିବା ପାଇଁ ସେ ଆଜି ନିଜର ବୁଲେଟ ମୋଟର ସାଇକେଲ ରେ କୋଡ଼ିନ କଫ ସିରପ ରଖିଥିବାର ସୂଚନା ପାଇବା ପରେ ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର ସବ୍-ଇନ୍ସପେକ୍ଟର ଭାଗ୍ୟଲକ୍ଷ୍ମୀ ଦଳାଇ, ଏ ଏସ୍ ଆଇ କ୍ଷୀରୋଦ କୁମାର ସାହୁ, କନଷ୍ଟେବଳ ବିଶ୍ବନାଥ ମୁଣ୍ଡା, ଶୁଭଶ୍ରୀ ବିଶ୍ବାଳ, ସୁକାନ୍ତ ମାଝୀ, ବିଶ୍ବରଞ୍ଜନ ସ୍ବାଇଁ, ଅନୁରାଗ ସୂର୍ୟ୍ୟବଂଶୀ, ସବିତା ନାୟକ ପ୍ରମୁଖ ଙ୍କୁ ନେଇ ଏକ ଟିମ ଗଠନ ହୋଇଥିଲା ଯାହାର ନେତୃତ୍ବ ନେଇଥିଲେ ଇନ୍ସପେକ୍ଟର ପ୍ରଭାସ କୁମାର ଚୌଧୁରୀ । ଆଳିପିଙ୍ଗଳ ବଜାର ଠାରେ ଆଜି ସେ ଗ୍ରାହକଙ୍କୁ ହେରୋଇନ ବିକ୍ରି କରୁଥିବା ବେଳେ ଗ୍ରାହକ ବେଶରେ ଅଭିଯୁକ୍ତଙ୍କୁ କାବୁ କରିନେଇଥିଲେ ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥାର କର୍ମଚାରୀ । ଜବତ କଫ ସିରପ ସହ ମଟରସାଇକେଲ ର ଆନୁମାନିକ କଳାବଜାରୀ ମୂଲ୍ଯ ପ୍ରାୟ ୧,୪୦,୭୮୦ ଟଙ୍କା ହେବ । ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନ୍ ଡି ପି ଏସ୍ ଆକ୍ଟ ୧୯୮୫ ଅନୁସାରେ ଜିଲ୍ଲା ଭ୍ରାମ୍ୟମାଣ ସଂସ୍ଥାର କେସ୍ ସଂଖ୍ୟା ୧୮୪୵୨୦୨୬-୨୭ ରେ ମାମଲା ରୁଜ୍ଜୁ କରାଯାଇ ଜିଲ୍ଲା ଦୌରାଜଜ ଜଗତସିଂହପୁରଙ୍କ ନିକଟରେ ହାଜର କରାଯାଇଥିବା ବେଳେ ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରି ୧୪ଦିନିଆ ବିଚାର ବିଭାଗୀୟ ହାଜତ୍ କୁ ପଠାଯାଇଛି। । ଜଗତସିଂହପୁର ଅଞ୍ଚଳରେ ନାର୍କୋଟିକ୍ସ ବ୍ୟବସାୟ କୁ ଦମନ କରିବାକୁ ସ୍ବତନ୍ତ୍ର ଅପରେସନ୍ ଚାଲିଥିବାର ପ୍ରକାଶ କରିଛନ୍ତି ଜଗତସିଂହପୁର ଅବକାରୀ ଅଧିକ୍ଷିକା ଶ୍ରୀମତି ଅନିତା ପ୍ରଧାନ ଓ ସମସ୍ତ ନିଶାବେପାରୀଙ୍କୁ ଜେଲ୍ ରେ ପୁରାଇବାକୁ ଜଗତସିଂହପୁର ଅବକାରୀ ବିଭାଗ ଉଦ୍ୟମ ରତ ଥିବାର ସେ କହିଛନ୍ତି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...