ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ସଂରକ୍ଷିତ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର ମୃତ୍ୟୁକୁ ନେଇ ରହସ୍ୟ; ବିଭିନ୍ନ ଦିଗରୁ ତଦନ୍ତ ଜାରି

sumanta swain | 23 Oct 2026 | 8 min read | 99 views

pozecon
News Prime Odisha
ନବରଙ୍ଗପୁର ( ଏନ. ପି.ଓ ) : ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଚିକଲପଦର ନିକଟସ୍ଥ କେନାଲ ପାର୍ଶ୍ୱ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଜଣେ ୫୯ ବର୍ଷୀୟା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଜଣକ ବଲବିନ୍ଦର କୌର ବୋଲି ଜଣାପଡ଼ିଛି ।

ସକାଳୁ କିଛି ଗ୍ରାମବାସୀ ଶୌଚ ପାଇଁ ଯାଇଥିବା ବେଳେ ଜଙ୍ଗଲ ମଧ୍ୟରେ ମହିଳାଙ୍କ ମୃତଦେହ ଦେଖି ଉମରକୋଟ ପୁଲିସକୁ ସୂଚନା ଦେଇଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ନିକଟରେ ପୁଲିସ ମୁତୟନ କରିଥିଲା। ଘଟଣାସ୍ଥଳରୁ ମହିଳାଙ୍କ ଜୋତା ଓ କିଛି ପୋଷାକ ମିଳିଥିବା ଜଣାପଡ଼ିଛି ।ପରେ ନବରଙ୍ଗପୁରରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିବା ସହିତ ସନ୍ଧାନୀ କୁକୁର ର ସହାୟତା ନିଆଯାଇଥିଲା । ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ବ୍ୟବଚ୍ଛେଦ ପରେ ସ୍ଥାନୀୟ ସାହିବାସିନ୍ଦାଙ୍କୁ ଶବ ସଂସ୍କାର ପାଇଁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ମୃତ ମହିଳା ଦୀର୍ଘଦିନ ଧରି ଉମରକୋଟ-କୋଣ୍ଡାଗାଁ ରାସ୍ତା ନିକଟସ୍ଥ ଏକ ସାହିରେ ଏକୁଟିଆ ରହୁଥିଲେ । ସେ ହାତ ତିଆରି ସେଜ, ଦଉଡ଼ିରେ ପ୍ରସ୍ତୁତ ଚୌକି ଆଦି ତିଆରି କରି ଜୀବିକା ନିର୍ବାହ କରୁଥିଲେ । ପ୍ରାୟ ଦୁଇଦିନ ଧରି ସେ ନିଖୋଜ ଥିବା ସାହିବାସିନ୍ଦାମାନେ କହିଛନ୍ତି ।

ମୃତଦେହର ଅବସ୍ଥାକୁ ନେଇ ମୃତ୍ୟୁର କାରଣ ସମ୍ପର୍କରେ ବିଭିନ୍ନ ସନ୍ଦେହ ଉପୁଜିଛି । ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ମଧ୍ୟ ଆଲୋଚନା ହେଉଛି । ତେବେ ଏ ସମ୍ପର୍କରେ ପୁଲିସ ପକ୍ଷରୁ କୌଣସି ନିଶ୍ଚିତ ସୂଚନା ମିଳିନାହିଁ । ହତ୍ୟାକାଣ୍ଡ ନା ଅନ୍ୟ କୌଣସି କାରଣରୁ ମହିଳାଙ୍କ ମୃତ୍ୟୁ ହୋଇଛି, ତାହା ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ପରେ ସ୍ପଷ୍ଟ ହେବ ।

ଉମରକୋଟ ଥାନା ଆଇଆଇସି ଯୁଗଳ ଶବରଙ୍କ ନେତୃତ୍ୱରେ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି । ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ କଶ୍ୟପ ପାର୍ଥ ଜଗଦୀଶ ଘଟଣାସ୍ଥଳ ସମେତ ମୃତା ରହୁଥିବା ସ୍ଥାନ ପରିଦର୍ଶନ କରି ତଦନ୍ତର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଘଟଣାସ୍ଥଳରେ ପୁଲିସ ମୁତୟନ ରହିଥିବା ବେଳେ ତଦନ୍ତ ଜାରି ରହିଛି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...