ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଶିକ୍ଷକମାନଙ୍କ ସମସ୍ୟା, ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଲେ ଅଶୋକ ତ୍ରିପାଠୀ କମିଟି

News Prime Odisha | 21 Sep 2026 | 7 min read | 54 views

pozecon
News Prime Odisha
ଭୁବନେଶ୍ୱର ( ଏନ. ପି.ଓ ) : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଗଠିତ କମିଟି ଏହାର ରିପୋର୍ଟ ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି କମିଟି ୨୦୨୫ ଡିସେମ୍ବର ୬ ତାରିଖରେ ଗଠିତ ହୋଇଥିଲା ଏବଂ ୨୦୨୬ ଫେବୃଆରୀ ୩ ତାରିଖରେ ପୁର୍ନଗଠିତ ହୋଇଥିଲା । ଆଜି ଏହି କମିଟି ତା’ର ରିପୋର୍ଟ ପ୍ରଦାନ କରିଛି । ଏହି ସୁପାରିଶ ଗୁଡ଼ିକ ଉପରେ ଅନୁଧ୍ୟାନ କରାଯାଇ ଉପଯୁକ୍ତ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୈଠକର ସୂଚନା ଅନୁଯାୟୀ ଏହି କମିଟି ନିକଟରେ ରାଜ୍ୟର ବିଭିନ୍ନ ବର୍ଗର ଶିକ୍ଷକମାନଙ୍କର ୧୦୪ଟି ସଂଘ କମିଟିକୁ ଭେଟିଛନ୍ତି । କମିଟି ଏହି ଦାବୀ ସମ୍ପର୍କରେ ୯୦ଟି ବୈଠକ ଅନୁଷ୍ଠିତ କରିଛନ୍ତି ଏବଂ ସରକାରଙ୍କୁ ୭୯ଟି ରିପୋର୍ଟ ପ୍ରଦାନ କରିଛନ୍ତି । ବୈଠକରେ କମିଟିର ବିଭିନ୍ନ ସୁପାରିଶ ସମ୍ପର୍କରେ ଅଧ୍ୟକ୍ଷ ଶ୍ରୀ ଅଶୋକ ତ୍ରିପାଠୀ ଏବଂ ସହ-ଅଧ୍ୟକ୍ଷ ଶ୍ରୀ ସୁଦର୍ଶନ ନାୟକ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିଥିଲେ । ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅର୍ଥ ବିଭାଗ ପ୍ରମୁଖ ସଚିବ ଏବଂ ଉଚ୍ଚଶିକ୍ଷା ଓ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ସଚିବମାନେ ଉପସ୍ଥିତ ଥିଲେ । କମିଟିର ଅନ୍ୟ ସଦସ୍ୟ ଶ୍ରୀ ଶାନ୍ତନୁ କୁମାର ସାହୁ, ଶ୍ରୀ ମନୋରଞ୍ଜନ ମିଶ୍ର ଏବଂ ସଂଯୋଜକ ସଦସ୍ୟ ଶ୍ରୀ ସନାତନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...