ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ଅବସରରେ କିସାନ ସମ୍ମାନ ସମାରୋହ ଅନୁଷ୍ଠିତ ।। ଜିଲ୍ଲାର ମୋଟ ୧,୨୨,୧୫୯ ଚାଷୀ ହେଲେ ଲାଭାନ୍ବିତ

sumanta swain | 30 Oct 2026 | 7 min read | 24 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟ ରାଜ୍ୟର ବାନାସକାଣ୍ଠା ଠାରେ ଆୟୋଜିତ ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ସମାରୋହରେ ଦେଶର ଚାଷୀଙ୍କୁ ୭୦୦ କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି I ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ପିଏମ କିସାନ ସମ୍ମାନନିଧିର ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ଭୋଇ ଯୋଗଦେଇ ଥିଲେ ।
ଏହି ଅବସରରେ ଉପସ୍ଥିତ ସମସ୍ତ ଅତିଥିବୃନ୍ଦ ଏବଂ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଚାଷୀମାନେ ଗୁଜରାଟ ଠାରୁ ଆଭାସୀ ମାଧ୍ୟମରେ ସିଧା ପ୍ରସାରଣ ହେଉଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଦେଖିଥିଲେ । ଏହି ଅବସରରେ ଜଗତସିଂହପୁର ଜିଲ୍ଲାର ମୋଟ ୧,୨୨,୧୫୯ ଜଣ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର ହୋଇଛି ବୋଲି କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି I

ଏଠାରେ ସୂଚନା ଥାଉ କି, କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରିବା ପାଇଁ ପି-ଏମ କିଷାନ ଯୋଜନା ଏକ କଲ୍ୟାଣକାରୀ ଯୋଜନା । ଏହି ଯୋଜନାରେ ଚାଷୀଙ୍କୁ ସହାୟତା ରାଶି ଭାବରେ ବର୍ଷକୁ ୬୦୦୦ ଟଙ୍କା ତିନି ଗୋଟି କିସ୍ତି ମାଧ୍ୟମରେ ପ୍ରଦାନ କରାଯାଇ ଥାଏ ।
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଭୁଦତ୍ତ ସାହୁ,କେ.ଭି.କେ ବୈଜ୍ଞାନିକ,କୃଷି ଜିଲ୍ଲା ଅଧିକାରୀ,ଜଗତସିଂହପୁର ବ୍ଲକ୍ କୃଷି ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...