ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପାରାଦୀପ ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳିତ

sumanta swain | 03 Oct 2026 | 5 min read | 27 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ପାରାଦୀପ ମହାବିଦ୍ୟାଳୟ ଦ୍ଵାରା ଆୟୋଜିତ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ପକ୍ଷରୁ ଯୁକ୍ତ ୨ ଓ ୩ କଳା, ବାଣିଜ୍ୟ, ବିଜ୍ଞାନ ବିଭାଗର ସ୍ୱେଚ୍ଛାସେବୀ ମାନଙ୍କୁ ନେଇ ଅକ୍ଟୋବର ୨ ଶୁକ୍ରବାର ଦିନ ଦୁଇ ଯୋଗଜନ୍ମା ପୁରୁଷ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଅଛି l ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ. ସସ୍ମିତା ଶତପଥୀ ଦୀପ ପ୍ରଜ୍ଜଳନ ସହିତ ସଭାର ଶୁଭାରମ୍ଭ କରିଥିଲେ l ଦର୍ଶନ ବିଭାଗର ବିଭାଗୀୟ ମୁଖ୍ୟ ବ୍ରହ୍ମାନନ୍ଦ ବିଶ୍ୱାଳ ଗାନ୍ଧୀଙ୍କ ଅବଦାନ ଓ ସ୍ୱଚ୍ଛତାକୁ ନେଇ ସୁଚିନ୍ତିତ ମତ ପ୍ରଦାନ କରିଥିଲେ l ଇଂରାଜୀ ବିଭାଗର ମୁଖ୍ୟ ଗଣେଶ୍ୱର ପାତ୍ର ସ୍ୱେଚ୍ଛାସେବୀ ମାନଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଆଦର୍ଶରେ ନିଜକୁ ଅନୁପ୍ରାଣିତ କରିବାକୁ ପରାମର୍ଶ ଦେଇଥିଲେ l ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ଅକ୍ଷୟ ଚନ୍ଦ୍ର ମିଶ୍ର , ଡଃ କୃଷ୍ଣଚନ୍ଦ୍ର ଦାସ ଓ ଅଧ୍ୟାପିକା ଶ୍ରୀମତୀ ସୁଚିତ୍ରା ପ୍ରଧାନ, ଡଃ. ଶୁଭଶ୍ରୀ ନାୟକ, ଡଃ. ମମତା ଖଣ୍ଡାୟତରାୟ ଉପସ୍ଥିତ ରହି ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l ଅଧ୍ୟାପିକା ଶ୍ରୀମତୀ ସଂଘମିତ୍ରା ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ l କାଦମ୍ବିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଏଥିରେ ବହୁ ସଂଖ୍ୟାରେ ସ୍ୱେଚ୍ଛାସେବୀମାନେ ଅଂଶ ଗ୍ରହଣ କରିଥିଲେ l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...