ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଜଗତସିଂହପୁର ଠାରେ ୩୮ ତମ ରାବଣ ପୋଡି ଉତ୍ସବ ମହାସମାରୋହରେ ଅନୁଷ୍ଠିତ

sumanta swain | 21 Oct 2026 | 7 min read | 140 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ସ°ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡିଆ ଠାରେ ଶ୍ରୀରାମ କ୍ଲବ ଆନୁକୂଲ୍ୟରେ ଜିଲ୍ଲା ପ୍ରଶାସନ ସହଯୋଗ ରେ ରାବଣ ପୋଡି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶ୍ରୀ ରାମ କ୍ଲବ ସମ୍ପାଦକ ଶ୍ରୀ ବିଜୟ କୁମାର ରାଉତ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମାନ୍ୟବର ବିଧାୟକ-ତଥା-ଅଧ୍ୟକ୍ଷ, ଜିଲ୍ଲା ଯୋଜନା ବୋର୍ଡ, ଜଗତସିଂହପୁର ଶ୍ରୀ ଅମରେନ୍ଦ୍ର ଦାସ ତାଙ୍କ ବକ୍ତବ୍ୟରେ ନିଶା ସେବନ ଓ ମୋବାଇଲ ବ୍ଯବହାର ଠାରୁ ଯୁବସମାଜ ଦୂରେଇ ରହିବା ପାଇଁ ନିବେଦନ କରିବା ସହ ଭସାଣି କାର୍ଯ୍ୟକ୍ରମ ରେ ନିଶା ସେବନ ନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଦୁର୍ନୀତିକୁ ବିରୋଧ କରି ସ୍ୱର ଉତ୍ତୋଳନ କରିବା ପାଇଁ ସମସ୍ତଙ୍କୁ ଉପଦେଶ ଦେଇଥିଲେ । ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅମରେନ୍ଦ୍ର ଦାସ ଶେଷରେ ରାବଣ ଦେହରେ ବୈଦ୍ୟୁତିକ ଅଗ୍ନି ସ°ଯୋଗ କରିଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ , ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଥାନପତି ମେଢ଼ ର ସଭାପତି ଶ୍ରୀ ସତ୍ୟ ବ୍ରତ ମହାପାତ୍ର ପ୍ରମୁଖ ଯୋଗଦେଇ ନିଜ ନିଜ ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ଶ୍ରୀରାମ କ୍ଲବର ସଭାପତି ଶ୍ରୀ ରତ୍ନାକର ବିଶ୍ବାଳ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଦୁଃଖୀରାମ ସ୍ବାଇଁ କଳା ପ୍ରତିଷ୍ଠାନ ପକ୍ଷରୁ ରାମଲୀଳା ପ୍ରଦର୍ଶିତ ହୋଇଥିଲା ।ଏଥିରେ ରାବଣ ଜଟାୟୁ ଯୁଦ୍ଧ, ସୀତା ହରଣ,ରାମ ରାବଣ ଯୁଦ୍ଧ ଓ ରାବଣ ବଧ ବେଶ ଆକର୍ଷଣୀୟ ହୋଇଥିଲା। କାର୍ଯ୍ୟକ୍ରମରେ ଆକର୍ଷଣୀୟ ବୈଦ୍ୟୁତିକ ଆତସ ବାଜି ପ୍ରଦର୍ଶନ କରାଯାଇଥିଲା । ଶେଷରେ ଶ୍ରୀରାମ କ୍ଲବ୍ ର କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ ସୁଜିତ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଆରକ୍ଷୀ ବାହିନୀ ପକ୍ଷରୁ ଶାନ୍ତି ଶୃଙ୍ଖଳା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିଲା।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...