ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଶପଥ ପାଠ ଉତ୍ସବ ଅନୁଷ୍ଠିତ*
sumanta swain | 31 Oct 2026 | 4 min read | 82 views
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ପୂର୍ବାହ୍ନ ରେ ଭାରତ ର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଏକ ଶପଥ ପାଠ ଉତ୍ସବର ଆୟୋଜନ ହୋଇଥିଲା । ଏହି ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଅଧ୍ୟକ୍ଷତା କରି ସମସ୍ତଙ୍କୁ ରାଷ୍ଟ୍ରୀୟ ଏକତା ଦିବସ ର ଶପଥ ପାଠ କରାଇଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ଡେପୁଟି କଲେକ୍ଟର ଶ୍ରୀ ଭରତ ଚନ୍ଦ୍ର ପରିଡ଼ା, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଡେପୁଟି କଲେକ୍ଟର, ଅସିଷ୍ଟାଣ୍ଟ କଲେକ୍ଟର ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957
Comments (0)
Loading comments...

