ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

sumanta swain | 03 Nov 2026 | 5 min read | 53 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ପାରାଦୀପର ଜୁହାର ପରିବାର ପକ୍ଷରୁ ୬ତମ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଗତ ରବିବାର ଦିନ ପିପିଏଲ ର ମଲ୍ଟି ପର୍ପୋଜ ହଲ ପରିସରରେ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଯାଇଛି l ଏଥିରେ ଏଥିରେ କଂସ ମହାରାଜ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ସଭା ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମ ରେ ପିପିଏଲ ସାର କାରଖାନାର ମୁଖ୍ୟ ଏସ.ଗିରିଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଇଫକୋ ୟୁନିଟ ମୁଖ୍ୟ ଅନିରୁଦ୍ଧ ବିକ୍ରମ ସିଂହ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ l ଏତଦବ୍ୟତୀତ ଆଇଓସିଏଲ ପିପିଏଲ, ଇଫକୋ ସମେତ ପ୍ରାୟ ସମସ୍ତ ଶିଳ୍ପାଞ୍ଚଳର ଅଧିକାରୀ ମାନେ ଅତିଥି ଭାବେ ଉପସ୍ଥିତ ରହି ଜୁହାର ପରିବାର ପକ୍ଷରୁ ପଶ୍ଚିମ ଓଡିଶା କଳା ସଂସ୍କୃତି ଉପରେ ଆଧାରିତ ପୁସ୍ତକ ଉନ୍ମୋଚନ କରିଥିଲେ l ଏଥିରେ ଅତିଥି ମାନେ କଳାକାର ତଥା ନିର୍ଦ୍ଦେଶକ ଜଗନ୍ନାଥ ସେଠ ଙ୍କୁ ଜୁହାର ସମ୍ମାନ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମକୁ ପାରାଦୀପ ଜୁହାର ପରିବାରର ସଭାପତି ଅଶୋକ କୁମାର ମେହେର, ଉପସଭାପତି ମେଘବର୍ଣ୍ଣ ସୋହଲା ଏବଂ ସାଧାରଣ ସମ୍ପାଦକ ଡ଼.ହେମନ୍ତ ମେହେର ସଫଳତାର ସହ ପରିଚାଳନା କରିଥିବା ବେଳେ ପରିବାରର ସମସ୍ତ ସଦସ୍ୟ ଓ ସଦସ୍ୟା ଏଥିରେ ସକ୍ରିୟ ସହଯୋଗ କରିଥିଲେ l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...