ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ

sumanta swain | 04 Nov 2026 | 4 min read | 9 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୁତି ଭୂଷଣ ମହାନ୍ତି (୮୦) ଙ୍କର ବୁଧବାର ସକାଳ ୫ଟା ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ହୃଦଘାତ ହେବା ଦ୍ୱାରା ପରଲୋକ ହୋଇଯାଇଛି । ସେ ପାରାଦୀପ ବନ୍ଦରରେ ପ୍ରଥମେ ପୋର୍ଟ ଟ୍ରଷ୍ଟ ହାଇସ୍କୁଲରେ ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟ କରିଥିଲେ ଓ ପରେ ପାରାଦୀପ ବନ୍ଦରର କମ୍ପ୍ୟୁଟର ବିଭାଗରେ ପ୍ରୋଗ୍ରାମିଂ ଅଧିକାରୀ ଭାବରେ ଚାକିରୀରୁ ଅବସର ଗ୍ରହଣ କରିଥିଲେ । ତାଙ୍କର ଧର୍ମପତ୍ନୀ ଶ୍ରୀମତୀ ବିଜୟ ଲକ୍ଷ୍ମୀ ମହାନ୍ତିଙ୍କର ପୂର୍ବରୁ ମୃତ୍ୟୁ ହୋଇଛି । ମୃତ୍ୟୁ ସମୟରେ ତାଙ୍କ ବଡ଼ ପୁଅ ପୂର୍ବତନ ଭଲିବଲ ଖେଳାଳି ତଥା ପିପିଏଲ ଡିଏଭି ସ୍କୁଲର କ୍ରୀଡା ଶିକ୍ଷକ ଶାଶ୍ୱତ କୁମାର ଭାରତୀୟ, ସାନ ପୁଅ ସୁଶୃତ କୁମାର, ଦୁଇ ଝିଅ ସ୍ୱାତୀ ସୁଚରିତା ଓ ସଂହିତା ସୁଚରିତା ଏବଂ ବଡ଼ ବୋହୂ ଶ୍ରୀମତୀ ମୋନୀ ଲାଲ ଉପସ୍ଥିତ ଥିଲେ । ଶ୍ରୀ ମହାନ୍ତିଙ୍କ ଶେଷ ଦର୍ଶନ ପାଈଁ ବହୁ ହିତାକାଂକ୍ଷୀ ଓ ବନ୍ଧୁ ବାନ୍ଧବ ହସ୍ପିଟାଲରେ ଉପସ୍ଥିତ ଥିଲେ । ତାଙ୍କର ଶେଷକୃତ୍ୟ ପୁରୀ ସ୍ୱର୍ଗଦ୍ୱାର ଠାରେ ସମ୍ପନ୍ନ ହୋଇଥିଲା ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...