ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପାରାଦୀପ କଳିଙ୍ଗ ବାଲିଯାତ୍ରା-୨୦୨୬ ର ପ୍ରଥମ ପ୍ରସ୍ତୁତି ବୈଠକ : ମହୋତ୍ସବ ର ସଫଳ ଆୟୋଜନ ଉପରେ ଶିଳ୍ପମନ୍ତ୍ରୀ ଓ ସାଂସଦ ଙ୍କ ଗୁରୁତ୍ଵ

sumanta swain | 08 Oct 2026 | 7 min read | 169 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ଓଡ଼ିଶାର ଦ୍ବିତୀୟ ପ୍ରସିଦ୍ଧ ପାରାଦୀପ କଳିଙ୍ଗ ବାଲିଯାତ୍ରା-୨୦୨୬ ର ପ୍ରଥମ ପ୍ରସ୍ତୁତି ବୈଠକ ସ୍ଥାନୀୟ ଅଫିସର୍ସ କ୍ଲବ ପରିସରରେ ଗୁରୁବାର ଅପରାହ୍ନରେ ଆୟୋଜିତ ହୋଇଯାଇଛି l ଜିଲ୍ଲାପାଳ ତଥା କଳିଙ୍ଗ ବାଲିଯାତ୍ରା କମିଟିର ଅଧ୍ୟକ୍ଷ ଜେ.ସୋନାଲ ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ପାରାଦୀପ ବିଧାୟକ ତଥା ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ମୂଖ୍ୟ ଅତିଥି ଏବଂ ଜଗତସିଂହପୁର ସାଂସଦ ଡ଼ଃ. ବିଭୁ ପ୍ରସାଦ ତରାଇ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି ମହୋତ୍ସବ କୁ ଶାନ୍ତିପୂର୍ଣ୍ଣ ଓ ସଫଳତାର ସହ ଆୟୋଜନ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ଡ଼ଃ. ବିଭୁ ପ୍ରସାଦ ତରାଇ, ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ଵାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଙ୍କିତ ବର୍ମା, ଅତିରିକ୍ତ ଜିଲ୍ଲାପାଳ ତଥା କଳିଙ୍ଗ ବାଲିଯାତ୍ରା କମିଟିର ଉପାଧ୍ୟକ୍ଷ ନିରଞ୍ଜନ ବେହେରା ଙ୍କ ସମେତ ପାରାଦୀପ ବନ୍ଦର, ଇଫକୋ,ପିପିଏଲ, ଆଇଓସିଏଲ ଓ ଅନ୍ୟାନ୍ୟ କମ୍ପାନୀ ଅଧିକାରୀ, ବାଲିଯାତ୍ରା କମିଟିର ସଦସ୍ୟ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ଆସନ୍ତା ନଭେମ୍ବର ୨୩ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ସପ୍ତାହବ୍ୟାପି ଏହି କଳିଙ୍ଗ ବାଲିଯାତ୍ରା ମହୋତ୍ସବ ର ସଫଳ ଆୟୋଜନ ପାଇଁ ଆଲୋଚନା କରିଥିଲେ l ଏହି ସଭାରେ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ତଥା ବାଲିଯାତ୍ରା କମିଟିର ଉପାଧ୍ୟକ୍ଷ ନିରଞ୍ଜନ ବେହେରା ପୂର୍ବ ମହୋତ୍ସବର ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ ପୌର ନିର୍ବାହୀ ଅଧିକାରୀ ତଥା କମିଟିର ସମ୍ପାଦକ ଅଭିଷେକ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ଏହି ମହୋତ୍ସବର ସଫଳତା ପାଇଁ ଉପସ୍ଥିତ ବୁଦ୍ଧିଜୀବୀ, କମିଟି ସଦସ୍ୟ, ଗଣମାଧ୍ୟମ ପ୍ରତିନିଧି ଓ ବିଭିନ୍ନ ସଂଗଠନର କାର୍ଯ୍ୟକର୍ତ୍ତା ଉପାଦେୟ ଆଲୋଚନା ଓ ପ୍ରସ୍ତାବ ଦେଇଥିଲେ l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...