କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
sumanta swain | 05 Oct 2026 | 6 min read | 53 views
News Prime Odisha
କୁଜଙ୍ଗ ( ଏନ. ପି.ଓ ) : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ । ଆଜି ମୋଟ ୧୮୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୭୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୯ ଟି,ଆବାସ ପାଇଁ ୨୨ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୦ ଟି, ଭତ୍ତା ପାଇବା ପାଇଁ ୨ ଟି, ପୋଲିସ ସହାୟତା ପାଇଁ ୯ ଟି ଏବଂ ଅନ୍ୟାନ୍ୟ ୭୭ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୩୩ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର, ଶ୍ରୀ ଜ୍ୟୋତି ଶଙ୍କର ରାୟ, ଅତିରିକ୍ତ ଜିଲ୍ଲାପାଳ, ପାରାଦ୍ଵୀପ ଶ୍ରୀ ନିରଞ୍ଜନ ବେହେରା, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ ପିଲ୍ଲେ, ତହସିଲଦାର, କୁଜଙ୍ଗ, ବ୍ଲକ୍ ଉନ୍ନୟନ ଅଧିକାରୀ, କୁଜଙ୍ଗ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957
Comments (0)
Loading comments...

