ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନଷ୍ଠିତ

sumanta swain | 21 Sep 2026 | 6 min read | 54 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୨୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୮ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୭ ଟି, ଆବାସ ଯୋଜନା ସମ୍ପର୍କୀୟ ୯ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୧ ଟି, ପୋଲିସ ସହାୟତା ପାଇବା ପାଇଁ ୭ ଟି, ଭତ୍ତା ପାଇବା ପାଇଁ ୫ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୫୨ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର ତହସିଲଦାର, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...