ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ସଫେଇ ମିତ୍ରଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ବ୍ୟକ୍ତିଗତ ସୁରକ୍ଷା ସାମଗ୍ରୀ ବଣ୍ଟନ

sumanta swain | 30 Sep 2026 | 7 min read | 50 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପାରାଦ୍ୱୀପ ପୌରପାଳିକା ପକ୍ଷରୁ କାର୍ଯ୍ୟରତ ସଫେଇ ମିତ୍ର ଓ ସ୍ୱଚ୍ଛ କର୍ମୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ସାମଗ୍ରୀ (ପିପିଇ କିଟ୍) ବଣ୍ଟନ କରାଯାଇଛି । ପୌରପାଳିକା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଫେଇ କର୍ମୀମାନେ କିପରି ପିପିଇ କିଟ୍‌ର ସଠିକ୍ ବ୍ୟବହାର କରି ସୁରକ୍ଷିତ ଓ ସମ୍ମାନର ସହିତ ସଫେଇ କାର୍ଯ୍ୟ କରିପାରିବେ, ସେ ସମ୍ପର୍କରେ ସଚେତନ କରାଯାଇଥିଲା । ଏହି ଅବସରରେ ପାରାଦ୍ୱୀପ ପୌରପାଳିକାରେ କାର୍ଯ୍ୟରତ ସଫେଇ ମିତ୍ର ଓ ସ୍ୱଚ୍ଛ କର୍ମୀମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ମଧ୍ୟ କରାଯାଇଥିଲା । ବିଶେଷଜ୍ଞ ଡାକ୍ତରମାନେ ସଫେଇ କାର୍ଯ୍ୟ ସମୟରେ ନିଜ ସ୍ୱାସ୍ଥ୍ୟର ଯତ୍ନ କିପରି ନେବେ, ସଂକ୍ରମଣ ଓ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାରୁ କିପରି ସୁରକ୍ଷିତ ରହିବେ ଏବଂ ସୁସ୍ଥ ରହି କାର୍ଯ୍ୟ କିପରି ଜାରି ରଖିବେ, ସେନେଇ ଆବଶ୍ୟକୀୟ ପରାମର୍ଶ ପ୍ରଦାନ କରିଥିଲେ । ସଫେଇ ମିତ୍ର ଓ ସ୍ୱଚ୍ଛ କର୍ମୀମାନେ ସହରକୁ ସ୍ୱଚ୍ଛ, ସୁସ୍ଥ ଓ ସୁନ୍ଦର ରଖିବାରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବାରୁ ସେମାନଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ଓ ସମ୍ମାନକୁ ପ୍ରାଥମିକତା ଦେବା ଆବଶ୍ୟକ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲା । କାର୍ଯ୍ୟକ୍ରମରେ ପାରାଦ୍ୱୀପ ପୌରପାଳିକା ଅଧ୍ୟକ୍ଷ ବସନ୍ତ ବିଶ୍ୱାଳ, ବରିଷ୍ଠ ପାରିଷଦ ଅଜିତ କୁମାର ଷଡ଼ଙ୍ଗୀ ଓ ଜଗନ୍ନାଥ ରାଓ, ପାରାଦ୍ୱୀପ ସ୍ୱଚ୍ଛତା ରାଜଦୂତ ଅମ୍ବିକା ପ୍ରସାଦ ମହାପାତ୍ର ଏବଂ ପରିମଳ ଅଧିକାରୀ ପ୍ରୀତିରଞ୍ଜନ ପାଢ଼ୀଙ୍କ ସମେତ ପୌରପାଳିକାର କର୍ମଚାରୀ, ବିଶେଷଜ୍ଞ ଡାକ୍ତର ଓ ସଫେଇ ମିତ୍ରମାନେ ଉପସ୍ଥିତ ଥିଲେ । "ସ୍ୱଚ୍ଛ ସହର ପାଇଁ ସଫେଇ ମିତ୍ରଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ଓ ସମ୍ମାନ ଆମର ଦାୟିତ୍ୱ” ବାର୍ତ୍ତା ସହ କାର୍ଯ୍ୟକ୍ରମଟି ସଫଳତାର ସହ ଉଦଯାପିତ ହୋଇଥିଲା ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...