ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ବାତ୍ୟା ‘ଅର୍ଣ୍ଣବ’ ପାଇଁ ଉମରକୋଟ ବ୍ଲକରେ ବ୍ୟାପକ ପ୍ରସ୍ତୁତି

News Prime Odisha | 27 Oct 2026 | 6 min read | 96 views

pozecon
News Prime Odisha
ଉମରକୋଟ ( ଏନ. ପି.ଓ ) : ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଉମରକୋଟ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି । ବ୍ଲକ ଅଧୀନ ୨୬ଟି ପଞ୍ଚାୟତରେ ସ୍କୁଲଗୁଡ଼ିକୁ ଆବଶ୍ୟକତା ଅନୁଯାୟୀ ବାତ୍ୟା ଆଶ୍ରୟସ୍ଥଳୀ ଭାବେ ପ୍ରସ୍ତୁତ ରଖାଯାଇଛି । ଏଥିସହ ବେହେଡ଼ା, ସିଙ୍ଗସାରୀ ଓ ଭାମିନୀକୁ ମୁଖ୍ୟ ଆଶ୍ରୟସ୍ଥଳୀ ଭାବେ ଆଗୁଆ ପ୍ରସ୍ତୁତ କରାଯାଇଛି ।ବାତ୍ୟା ସମୟରେ ଗର୍ଭବତୀ ମହିଳାଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ୧୮ ଜଣ ଗର୍ଭବତୀଙ୍କୁ ‘ମା’ ଘର’ରେ ରଖାଯାଇଥିବା ବେଳେ ଆବଶ୍ୟକତା ଅନୁଯାୟୀ କେତେକ ଗର୍ଭବତୀଙ୍କୁ ଉମରକୋଟ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଛି । ସମସ୍ତ ଆଶ୍ରୟସ୍ଥଳୀରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି ।କାରାଗାଁରେ କଚ୍ଚା ଘରେ ରହୁଥିବା ୨୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ସ୍ଥାନୀୟ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇ ସେଠାରେ ରନ୍ଧା ଖାଦ୍ୟ ଯୋଗାଣ ବ୍ୟବସ୍ଥା କରାଯାଇଛି । ବ୍ଲକ ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଉଛି । ବାତ୍ୟାକୁ ନେଇ ‘ଶୂନ୍ୟ ଜୀବନହାନି’ ଲକ୍ଷ୍ୟରେ ସମସ୍ତ ପ୍ରକାର ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରାଯାଇଥିବା ବିଡିଓ ମନୋଜ କୁମାର ମେହେର ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ, ଉମରକୋଟ ପୌରାଞ୍ଚଳର ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ନିର୍ବାହୀ ଅଧିକାରୀ ଆଲୋକ କୁମାର ଅନୁଗୁଳିଆଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଗ୍ରହଣ କରିନଥିବାରୁ ପୌରାଞ୍ଚଳର ପ୍ରସ୍ତୁତି ସମ୍ପର୍କରେ ସୂଚନା ମିଳିପାରିନାହିଁ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...